30ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ।
31ପୁଣି ଯାଜକ ବେଦି ଉପରେ ସେହି ମେଦ ଦଗ୍ଧ କରିବ, ମାତ୍ର ବକ୍ଷ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ।
32ପୁଣି, ତୁମ୍ଭେମାନେ ଆପଣା ଆପଣା ମଙ୍ଗଳାର୍ଥକ ବଳିରୁ ଡାହାଣ ଜଙ୍ଘ ଉତ୍ତୋଳନୀୟ ଉପହାର ରୂପେ ଯାଜକକୁ ଦେବ।
33ହାରୋଣର ପୁତ୍ରଗଣଙ୍କ ମଧ୍ୟରେ ଯେକେହି ମଙ୍ଗଳାର୍ଥକ ବଳିର ରକ୍ତ ଓ ମେଦ ଉତ୍ସର୍ଗ କରେ, ସେ ଆପଣା ଅଂଶ ରୂପେ ମଙ୍ଗଳାର୍ଥକ ବଳିର ଡାହାଣ ଜଙ୍ଘ ପାଇବ।
34ଯେହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ମଙ୍ଗଳାର୍ଥକ ବଳିରୁ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ ନେଇ ଇସ୍ରାଏଲ-ସନ୍ତାନଗଣର ଅନନ୍ତକାଳୀନ ଦେୟ ରୂପେ ହାରୋଣ ଯାଜକକୁ ଓ ତାହାର ପୁତ୍ରଗଣଙ୍କୁ ଦେଇଅଛୁ।