32ପୁଣି, ତୁମ୍ଭେମାନେ ଆପଣା ଆପଣା ମଙ୍ଗଳାର୍ଥକ ବଳିରୁ ଡାହାଣ ଜଙ୍ଘ ଉତ୍ତୋଳନୀୟ ଉପହାର ରୂପେ ଯାଜକକୁ ଦେବ।
33ହାରୋଣର ପୁତ୍ରଗଣଙ୍କ ମଧ୍ୟରେ ଯେକେହି ମଙ୍ଗଳାର୍ଥକ ବଳିର ରକ୍ତ ଓ ମେଦ ଉତ୍ସର୍ଗ କରେ, ସେ ଆପଣା ଅଂଶ ରୂପେ ମଙ୍ଗଳାର୍ଥକ ବଳିର ଡାହାଣ ଜଙ୍ଘ ପାଇବ।
34ଯେହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ମଙ୍ଗଳାର୍ଥକ ବଳିରୁ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ ନେଇ ଇସ୍ରାଏଲ-ସନ୍ତାନଗଣର ଅନନ୍ତକାଳୀନ ଦେୟ ରୂପେ ହାରୋଣ ଯାଜକକୁ ଓ ତାହାର ପୁତ୍ରଗଣଙ୍କୁ ଦେଇଅଛୁ।
35ଯେଉଁ ଦିନ ମୋଶା ସଦାପ୍ରଭୁଙ୍କ ଛାମୁରେ ଯାଜକ କର୍ମ କରିବା ନିମନ୍ତେ ହାରୋଣଙ୍କୁ ଓ ତାହାର ପୁତ୍ରଗଣଙ୍କୁ ଉପସ୍ଥିତ କରାଇଲେ, ସେହି ଦିନଠାରୁ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରୁ ଏହା ହିଁ ସେମାନଙ୍କର ଅଭିଷେକ ଅଂଶ;
36ସେ ସେମାନଙ୍କୁ ଅଭିଷେକ କରିବା ଦିନ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣଠାରୁ ତାହା ଦତ୍ତ ହେବା ନିମନ୍ତେ ଆଜ୍ଞା ଦେଲେ। ତାହା ସେମାନଙ୍କର ପୁରୁଷାନୁକ୍ରମେ ଅନନ୍ତକାଳୀନ ଦେୟ।”