36ସେ ସେମାନଙ୍କୁ ଅଭିଷେକ କରିବା ଦିନ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣଠାରୁ ତାହା ଦତ୍ତ ହେବା ନିମନ୍ତେ ଆଜ୍ଞା ଦେଲେ। ତାହା ସେମାନଙ୍କର ପୁରୁଷାନୁକ୍ରମେ ଅନନ୍ତକାଳୀନ ଦେୟ।”
37ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି, ଦୋଷାର୍ଥକ ବଳି ଓ ପଦନିଯୋଗାର୍ଥକ; ପୁଣି ମଙ୍ଗଳାର୍ଥକ ବଳିର ଏହି ବ୍ୟବସ୍ଥା।
38ସଦାପ୍ରଭୁ ଯେଉଁ ଦିନ ସୀନୟ ପ୍ରାନ୍ତରସ୍ଥିତ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା ଦେଲେ, ସେହି ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଜ୍ଞା ଦେଲେ।