7ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି; ଯେଉଁ ଯାଜକ ତଦ୍ଦ୍ୱାରା ପ୍ରାୟଶ୍ଚିତ୍ତ କରେ, ତାହା ତାହାରି ହେବ; ଦୁଇଟିର ବ୍ୟବସ୍ଥା ଏକ।
8ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ।
9ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ରନ୍ଧନ ହୋଇଥିବା ଯେତେ ଭକ୍ଷ୍ୟ ନୈବେଦ୍ୟ, ତାହାସବୁ ଉତ୍ସର୍ଗକାରୀ ଯାଜକର ହେବ।
10ମାତ୍ର ତୈଳ ମିଶ୍ରିତ ବା ଶୁଷ୍କ ଭକ୍ଷ୍ୟ ନୈବେଦ୍ୟସବୁ ହାରୋଣଙ୍କର ପୁତ୍ରଗଣ ମଧ୍ୟରେ ପ୍ରତ୍ୟେକଙ୍କର ସମାନ ଅଂଶ ହେବ।”
11“ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ମଙ୍ଗଳାର୍ଥକ ଉପହାର ବଳିର ବ୍ୟବସ୍ଥା ଏହି।