8ଆଉ, ସେ ତାହା ଉପରେ ବୁକୁପଟା ଦେଲେ ଆଉ, ବୁକୁପଟାରେ ଊରୀମ୍ ଓ ତୁମ୍ମୀମ୍ ରଖିଲେ।
9ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।
10ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।
11ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ; ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ।
12ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।