ଲେବୀୟ ପୁସ୍ତକ 8

ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।

Leviticus 8:16 (UKJV) And he took all the fat that was upon the inwards, and the lobe above the liver, and the two kidneys, and their fat, and Moses burned it upon the altar.

14ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ।

15ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳିଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ।

16ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।

17ମାତ୍ର ସେହି ଗୋବତ୍ସର ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।

18ଏଥିଉତ୍ତାରେ ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.