ଲେବୀୟ ପୁସ୍ତକ 8

ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।

Leviticus 8:27 (UKJV) And he put all upon Aaron's hands, and upon his sons' hands, and waved them for a wave offering before the LORD.

25ପୁଣି, ସେ ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ ଉପରିସ୍ଥ ସକଳ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା, ତହିଁର ମେଦ ଓ ଡାହାଣ ଜଙ୍ଘ ନେଲେ;

26ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ତାଡ଼ିଶୂନ୍ୟ ରୁଟିର ଟୋକେଇରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳଲେପିତ ରନ୍ଧନ ହୋଇଥିବା ରୁଟିର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଜଙ୍ଘ ଉପରେ ରଖିଲେ;

27ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।

28ଏଥିଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେହି ସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏହିସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।

29ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.