1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2“ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ।
3ପୁଣି ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀକୁ ଏକତ୍ର କର।”
4ଆଉ, ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା କଲେ; ତହିଁରେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀ ଏକତ୍ର ହେଲେ।
5ପୁଣି ମୋଶା ମଣ୍ଡଳୀକୁ କହିଲେ, “ଯାହା କରିବା ପାଇଁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ସେହି କଥା ଏହି।”