30ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ରସକଳକୁ ପବିତ୍ର କଲେ।
31ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁର ଦ୍ୱାର ନିକଟରେ ମାଂସ ରନ୍ଧନ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,’ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଟୋକେଇରେ ଥିବା ରୁଟି ଭୋଜନ କର।
32ପୁଣି, ମାଂସ ଓ ରୁଟିରୁ ଯାହା ଅବଶିଷ୍ଟ ରହିବ, ତାହା ତୁମ୍ଭେମାନେ ଅଗ୍ନିରେ ଦଗ୍ଧ କରିବ।
33ଆଉ, ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ, ଅର୍ଥାତ୍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ସାତ ଦିନ ପର୍ଯ୍ୟନ୍ତ ପଦରେ ନିଯୁକ୍ତ କରିବେ।
34ଯେପରି ଆଜି କରାଯାଇଅଛି, ସେପରି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି।