1ଏଥିଉତ୍ତାରେ ଅଷ୍ଟମ ଦିନରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଡାକିଲେ,
2ପୁଣି ସେ ହାରୋଣଙ୍କୁ କହିଲେ, “ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁନ୍ତ ଏକ ବୃଷର ବତ୍ସ ଓ ହୋମବଳି ନିମନ୍ତେ ନିଖୁନ୍ତ ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।
3ପୁଣି, ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକ ବର୍ଷୀୟ ଓ ନିଖୁନ୍ତ ଥିବେ,