8ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ହାରୋଣ ବେଦି ନିକଟକୁ ଯାଇ ଆପଣା ପାପାର୍ଥକ ବଳିର ଗୋବତ୍ସ ବଧ କଲେ।
9ତହୁଁ ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣିଲେ; ତହିଁରେ ସେ ଆପଣା ଅଙ୍ଗୁଳି ରକ୍ତରେ ଡୁବାଇ ବେଦିର ଶୃଙ୍ଗ ଉପରେ ଦେଲେ ଓ ଅବଶିଷ୍ଟ ରକ୍ତ ବେଦି ମୂଳରେ ଢାଳିଲେ;
10ମାତ୍ର ପାପାର୍ଥକ ବଳିର ମେଦ, ଗୁର୍ଦା ଓ ଯକୃତର ଅନ୍ତପ୍ଲାବକ ବେଦି ଉପରେ ଦଗ୍ଧ କଲେ।
11ପୁଣି, ମାଂସ ଓ ଚର୍ମ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କଲେ।
12ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ।