ଲେବୀୟ ପୁସ୍ତକ 9

ତହୁଁ ହାରୋଣ ଲୋକମାନଙ୍କ ପ୍ରତି ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଶୀର୍ବାଦ କଲେ; ଏହିରୂପେ ପାପାର୍ଥକ ବଳି ଓ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଓହ୍ଲାଇ ଆସିଲେ।

Leviticus 9:22 (UKJV) And Aaron lifted up his hand toward the people, and blessed them, and came down from offering of the sin offering, and the burnt offering, and peace offerings.

20ଏହି ସମସ୍ତ ମେଦ ସେମାନେ ବକ୍ଷ ଉପରେ ରଖିଲେ, ପୁଣି, ସେ ବେଦି ଉପରେ ମେଦ ଦଗ୍ଧ କଲେ;

21ପୁଣି, ମୋଶାଙ୍କର ଆଜ୍ଞାନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖରେ ବକ୍ଷ ଓ ଡାହାଣ ଜଙ୍ଘ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇଲେ।

22ତହୁଁ ହାରୋଣ ଲୋକମାନଙ୍କ ପ୍ରତି ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଶୀର୍ବାଦ କଲେ; ଏହିରୂପେ ପାପାର୍ଥକ ବଳି ଓ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଓହ୍ଲାଇ ଆସିଲେ।

23ଏଥିଉତ୍ତାରେ ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା।

24ପୁଣି, ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ବେଦି ଉପରିସ୍ଥ ହୋମବଳି ଓ ମେଦ ଭସ୍ମ କଲା, ପୁଣି, ସମସ୍ତ ଲୋକେ ତାହା ଦେଖି ଉଚ୍ଚଧ୍ୱନି କରି ମୁହଁ ମାଡ଼ି ହୋଇ ପଡ଼ିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.