ଲେବୀୟ ପୁସ୍ତକ 9

ପୁଣି ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ଗୋରୁ ଓ ଏକ ମେଷ, ପୁଣି ତୈଳ ମିଶ୍ରିତ ଭକ୍ଷ୍ୟ ନୈବେଦ୍ୟ ନେବ; ଯେହେତୁ ଆଜି ସଦାପ୍ରଭୁ ତୁମ୍ଭମାନଙ୍କୁ ଦର୍ଶନ ଦେଉଅଛନ୍ତି।’”

Leviticus 9:4 (UKJV) Also a bullock and a ram for peace offerings, to sacrifice before the LORD; and a food offering mingled with oil: in order to day the LORD will appear unto you.

2ପୁଣି ସେ ହାରୋଣଙ୍କୁ କହିଲେ, “ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁନ୍ତ ଏକ ବୃଷର ବତ୍ସ ଓ ହୋମବଳି ନିମନ୍ତେ ନିଖୁନ୍ତ ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।

3ପୁଣି, ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକ ବର୍ଷୀୟ ଓ ନିଖୁନ୍ତ ଥିବେ,

4ପୁଣି ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ଗୋରୁ ଓ ଏକ ମେଷ, ପୁଣି ତୈଳ ମିଶ୍ରିତ ଭକ୍ଷ୍ୟ ନୈବେଦ୍ୟ ନେବ; ଯେହେତୁ ଆଜି ସଦାପ୍ରଭୁ ତୁମ୍ଭମାନଙ୍କୁ ଦର୍ଶନ ଦେଉଅଛନ୍ତି।’”

5ତହୁଁ ମୋଶା ଯାହା ଆଜ୍ଞା କଲେ, ତାହା ସେମାନେ ସମାଗମ-ତମ୍ବୁ ନିକଟକୁ ଆଣିଲେ, ପୁଣି ସମସ୍ତ ମଣ୍ଡଳୀ ନିକଟବର୍ତ୍ତୀ ହୋଇ ସଦାପ୍ରଭୁଙ୍କ ଛାମୁରେ ଠିଆ ହେଲେ।

6ଆଉ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.