5ତହୁଁ ମୋଶା ଯାହା ଆଜ୍ଞା କଲେ, ତାହା ସେମାନେ ସମାଗମ-ତମ୍ବୁ ନିକଟକୁ ଆଣିଲେ, ପୁଣି ସମସ୍ତ ମଣ୍ଡଳୀ ନିକଟବର୍ତ୍ତୀ ହୋଇ ସଦାପ୍ରଭୁଙ୍କ ଛାମୁରେ ଠିଆ ହେଲେ।
6ଆଉ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ।”
7ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ବେଦି ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଆପଣାର ପାପାର୍ଥକ ବଳି ଓ ଆପଣା ହୋମବଳି ଉତ୍ସର୍ଗ କର, ପୁଣି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; ତହିଁ ଉତ୍ତାରେ ଲୋକମାନଙ୍କର ଉପହାର ଉତ୍ସର୍ଗ କରି ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର।”
8ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ହାରୋଣ ବେଦି ନିକଟକୁ ଯାଇ ଆପଣା ପାପାର୍ଥକ ବଳିର ଗୋବତ୍ସ ବଧ କଲେ।
9ତହୁଁ ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣିଲେ; ତହିଁରେ ସେ ଆପଣା ଅଙ୍ଗୁଳି ରକ୍ତରେ ଡୁବାଇ ବେଦିର ଶୃଙ୍ଗ ଉପରେ ଦେଲେ ଓ ଅବଶିଷ୍ଟ ରକ୍ତ ବେଦି ମୂଳରେ ଢାଳିଲେ;