9ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,
10ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ।
11ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ।
12ଜିଖରୀୟ ତାହାଙ୍କୁ ଦେଖି ବିଚଳିତ ଓ ଭୟଗ୍ରସ୍ତ ହେଲେ।
13କିନ୍ତୁ ଦୂତ ତାହାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ।