15ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,
16ଆଉ ସେ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ବରଙ୍କ ପ୍ରତି ଫେରାଇବ।
17ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ସେ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ।
18ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି।
19ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି।