ଲୂକ 1

ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ।

Luke 1:21 (UKJV) And the people waited for Zacharias, and marvelled that he tarried so long in the temple.

19ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି।

20ଦେଖ, ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ, କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ, ସେହିସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ।

21ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ।

22କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଅଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ।

23ପରେ ତାହାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.