ଲୂକ 1

ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲୀଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ,

Luke 1:24 (UKJV) And after those days his wife Elisabeth conceived, and hid herself five months, saying,

22କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଅଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ।

23ପରେ ତାହାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ।

24ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲୀଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ,

25ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି।

26ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ବରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.