23ପରେ ତାହାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ।
24ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲୀଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ,
25ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି।
26ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ବରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ;
27ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ।