27ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ।
28ସେ ଗୃହରେ ପ୍ରବେଶ କରି ତାହାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ।
29କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ବିଚାର କରିବାକୁ ଲାଗିଲେ।
30ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ।
31ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।