ଲୂକ 1

ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।

Luke 1:31 (UKJV) And, behold, you shall conceive in your womb, and bring forth a son, and shall call his name JESUS.

29କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ବିଚାର କରିବାକୁ ଲାଗିଲେ।

30ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ।

31ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।

32ସେ ମହାନ ହେବେ ଓ ମହାନ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ବର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,

33ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.