33ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ।
34କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ? ମୁଁ ତ ପୁରୁଷକୁ ଜାଣେ ନାହିଁ।
35ଦୂତ ତାହାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।
36ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି। ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି;
37କାରଣ ଈଶ୍ବରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ।