36ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି। ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି;
37କାରଣ ଈଶ୍ବରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ।
38ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋʼ ପ୍ରତି ଘଟୁ। ତାହା ପରେ ଦୂତ ତାହାଙ୍କ ନିକଟରୁ ପ୍ରସ୍ଥାନ କଲେ।
39ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ,
40ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ।