38ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋʼ ପ୍ରତି ଘଟୁ। ତାହା ପରେ ଦୂତ ତାହାଙ୍କ ନିକଟରୁ ପ୍ରସ୍ଥାନ କଲେ।
39ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ,
40ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ।
41ଆଉ, ଏଲୀଶାବେଥ ମରୀୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାହାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ
42ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ।