ଲୂକ 1

ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ।

Luke 1:5 (UKJV) THERE was in the days of Herod, the king of Judaea, a certain priest named Zacharias, of the course of Abia: and his wife was of the daughters of Aaron, and her name was Elisabeth.

3ଅତଏବ, ହେ ମାନ୍ୟବର ଥୀୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ୍ ମନେ କଲି,

4ଯେପରି ଆପଣ ଯେ ସମସ୍ତ ବିଷୟ ଶିକ୍ଷା ପାଇଅଛନ୍ତି, ସେସବୁର ନିଶ୍ଚୟତା ଜାଣି ପାରନ୍ତି।

5ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ।

6ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।

7କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.