49କାରଣ ଯେ ଶକ୍ତିମାନ, ସେ ମୋʼ ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର,
50ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ।
51ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଙ୍କାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି;
52ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି,
53ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି।