52ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି,
53ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି।
54ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ, ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି,
55ଯୁଗେ ଯୁଗେ ଦୟା ସ୍ମରଣ କରିବା ନିମନ୍ତେ ଆପଣଙ୍କ ଦାସ ଇସ୍ରାଏଲର ଉପକାର କରିଅଛନ୍ତି।”
56ଆଉ ମରୀୟମ ପ୍ରାୟ ତିନି ମାସ ତାହାଙ୍କ ସହିତ ରହି ଆପଣା ଗୃହକୁ ଫେରିଗଲେ।