4ଯେପରି ଆପଣ ଯେ ସମସ୍ତ ବିଷୟ ଶିକ୍ଷା ପାଇଅଛନ୍ତି, ସେସବୁର ନିଶ୍ଚୟତା ଜାଣି ପାରନ୍ତି।
5ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ।
6ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।
7କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା।
8ସେ ଆପଣା ଦଳର ପାଳି ଅନୁସାରେ ଈଶ୍ବରଙ୍କ ନିକଟରେ ଯାଜକ କାର୍ଯ୍ୟ କରୁଥିବା ସମୟରେ,