ଲୂକ 1

କିନ୍ତୁ ତାହାର ମାତା ଉତ୍ତର ଦେଲେ, ନାହିଁ, ତାହାର ନାମ ଯୋହନ ହେବ।

Luke 1:60 (UKJV) And his mother answered and said, Not so; but he shall be called John.

58ଆଉ ପ୍ରଭୁ ଯେ ତାହାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାହାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାହାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ।

59ଆଠ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ।

60କିନ୍ତୁ ତାହାର ମାତା ଉତ୍ତର ଦେଲେ, ନାହିଁ, ତାହାର ନାମ ଯୋହନ ହେବ।

61ସେମାନେ ତାହାଙ୍କୁ କହିଲେ, ତୁମ୍ଭର ସମ୍ପର୍କୀୟମାନଙ୍କ ମଧ୍ୟରେ ତ କାହାର ଏହି ନାମ ନାହିଁ।

62ଏଥିରେ ତାହାକୁ କେଉଁ ନାମ ଦିଆଯିବ ବୋଲି ତାହାର ପିତା ଇଚ୍ଛା କରୁଅଛନ୍ତି, ତାହା ସଙ୍କେତ କରି ପଚାରିବାକୁ ଲାଗିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.