59ଆଠ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ।
60କିନ୍ତୁ ତାହାର ମାତା ଉତ୍ତର ଦେଲେ, ନାହିଁ, ତାହାର ନାମ ଯୋହନ ହେବ।
61ସେମାନେ ତାହାଙ୍କୁ କହିଲେ, ତୁମ୍ଭର ସମ୍ପର୍କୀୟମାନଙ୍କ ମଧ୍ୟରେ ତ କାହାର ଏହି ନାମ ନାହିଁ।
62ଏଥିରେ ତାହାକୁ କେଉଁ ନାମ ଦିଆଯିବ ବୋଲି ତାହାର ପିତା ଇଚ୍ଛା କରୁଅଛନ୍ତି, ତାହା ସଙ୍କେତ କରି ପଚାରିବାକୁ ଲାଗିଲେ।
63ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ। ଏଥିରେ ସମସ୍ତେ ଚକିତ ହେଲେ।