63ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ। ଏଥିରେ ସମସ୍ତେ ଚକିତ ହେଲେ।
64ଆଉ ସେହିକ୍ଷଣି ତାହାଙ୍କ ମୁଖ ଓ ଜିହ୍ୱା ଫିଟିଗଲା ଏବଂ ସେ କଥା କହି ଈଶ୍ବରଙ୍କ ପ୍ରଶଂସା କରିବାକୁ ଲାଗିଲେ।
65ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହି ସମସ୍ତ କଥା ଯିହୂଦିୟା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକହି ହେଲେ,
66ପୁଣି, ଶୁଣିବା ଲୋକ ସମସ୍ତେ ସେହିସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କଅଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ।
67ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ,