65ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହି ସମସ୍ତ କଥା ଯିହୂଦିୟା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକହି ହେଲେ,
66ପୁଣି, ଶୁଣିବା ଲୋକ ସମସ୍ତେ ସେହିସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କଅଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ।
67ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ,
68“ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ବର, କାରଣ ସେ କୃପାଦୃଷ୍ଟି କରି, ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;
69ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,