67ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ,
68“ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ବର, କାରଣ ସେ କୃପାଦୃଷ୍ଟି କରି, ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;
69ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,
70ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ,
71ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି,