69ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,
70ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ,
71ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି,
72ଯେପରି ସେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,
73ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ନିକଟରେ ଯେଉଁ ଶପଥ କରିଥିଲେ, ଆପଣାର ସେହି ପବିତ୍ର ନିୟମ ସ୍ମରଣ କରନ୍ତି,