75ପବିତ୍ରତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି।
76ଆଉ ହେ ଶିଶୁ, ତୁ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;
77କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ,
78ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ, ଆମ୍ଭମାନଙ୍କ ଈଶ୍ବରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ, ସ୍ୱର୍ଗରୁ ଆମ୍ଭମାନଙ୍କ ପ୍ରତି ଊର୍ଦ୍ଧ୍ୱରୁ ସୂର୍ଯ୍ୟୋଦୟ ହେବ,
79ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ ତୁ (ବାପ୍ତିଜକ ଯୋହନ) ତାହାଙ୍କ ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ।”