ଲୂକ 1

ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ, ଆମ୍ଭମାନଙ୍କ ଈଶ୍ବରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ, ସ୍ୱର୍ଗରୁ ଆମ୍ଭମାନଙ୍କ ପ୍ରତି ଊର୍ଦ୍ଧ୍ୱରୁ ସୂର୍ଯ୍ୟୋଦୟ ହେବ,

Luke 1:78 (UKJV) Through the tender mercy of our God; whereby the dayspring from on high has visited us,

76ଆଉ ହେ ଶିଶୁ, ତୁ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;

77କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ,

78ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ, ଆମ୍ଭମାନଙ୍କ ଈଶ୍ବରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ, ସ୍ୱର୍ଗରୁ ଆମ୍ଭମାନଙ୍କ ପ୍ରତି ଊର୍ଦ୍ଧ୍ୱରୁ ସୂର୍ଯ୍ୟୋଦୟ ହେବ,

79ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ ତୁ (ବାପ୍ତିଜକ ଯୋହନ) ତାହାଙ୍କ ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ।”

80ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.