7କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା।
8ସେ ଆପଣା ଦଳର ପାଳି ଅନୁସାରେ ଈଶ୍ବରଙ୍କ ନିକଟରେ ଯାଜକ କାର୍ଯ୍ୟ କରୁଥିବା ସମୟରେ,
9ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,
10ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ।
11ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ।