10କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ,
11ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ି ଦେଉଅଛୁ; ତଥାପି ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ।
12ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ସେହି ନଗରର ଦଣ୍ଡ ଅପେକ୍ଷା ସଦୋମର ଦଣ୍ଡକୁ ସହି ହେବ।”
13“ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।
14ତଥାପି ବିଚାରରେ ତୁମ୍ଭମାନଙ୍କ ଦଣ୍ଡ ଅପେକ୍ଷା ସୋର ଓ ସୀଦୋନର ଦଣ୍ଡ ସହି ହେବ।