15ଆଉ, ରେ କଫର୍ନାହୂମ ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ।”
16ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋʼ କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋʼ ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।
17ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି।
18କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି।
19ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।