ଲୂକ 10

ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖାଅଛି, ଏଥିରେ ଆନନ୍ଦ କର।”

Luke 10:20 (UKJV) Notwithstanding in this rejoice not, that the spirits are subject unto you; but rather rejoice, because your names are written in heaven.

18କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି।

19ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।

20ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖାଅଛି, ଏଥିରେ ଆନନ୍ଦ କର।”

21ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, “ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥିନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।”

22“ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.