23ପୁଣି, ସେ ଶିଷ୍ୟମାନଙ୍କ ପ୍ରତି ବୁଲିପଡ଼ି କେବଳ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଯେଉଁ ଚକ୍ଷୁ ଦେଖେ, ତାହା ଧନ୍ୟ।
24କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହିସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”
25ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?
26ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ କଅଣ ଲେଖାଅଛି? ତୁମ୍ଭେ କିପରି ପାଠ କରୁଅଛ?”
27ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।