1ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ।
2ପୁଣି, ସେ ସେମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର।
3ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି।
4ଥଳି, ଝୋଲି ଓ ଜୋତା ନିଅ ନାହିଁ, ପୁଣି, ବାଟରେ କାହାକୁ ନମସ୍କାର କର ନାହିଁ।
5ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ।