31ଘଟଣା ପରେ-ପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ।
32ସେହି ପ୍ରକାରେ ଜଣେ ଲେବୀୟ ମଧ୍ୟ ସେ ସ୍ଥାନକୁ ଆସି ତାହାକୁ ଦେଖି ବାଟର ଆରପାଖ ଦେଇ ଚାଲିଗଲେ।
33କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ,
34ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତୈଳ ଓ ଦ୍ରାକ୍ଷାରସ ଢ଼ାଳି ସେହିସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ।
35ତହିଁ ଆରଦିନ ସେ ଦୁଇଟି ରୌପ୍ୟ-ମୁଦ୍ରା ବାହାର କରି ପାନ୍ଥଶାଳାର ମାଲିକଙ୍କୁ ଦେଇ କହିଲେ, ‘ଏହାର ସେବା କର, ଆଉ ଯାହା କିଛି ଅଧିକ ଖର୍ଚ୍ଚ କରିବ, ତାହା ମୁଁ ଫେରିଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି।’”