34ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତୈଳ ଓ ଦ୍ରାକ୍ଷାରସ ଢ଼ାଳି ସେହିସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ।
35ତହିଁ ଆରଦିନ ସେ ଦୁଇଟି ରୌପ୍ୟ-ମୁଦ୍ରା ବାହାର କରି ପାନ୍ଥଶାଳାର ମାଲିକଙ୍କୁ ଦେଇ କହିଲେ, ‘ଏହାର ସେବା କର, ଆଉ ଯାହା କିଛି ଅଧିକ ଖର୍ଚ୍ଚ କରିବ, ତାହା ମୁଁ ଫେରିଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି।’”
36“ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ?”
37ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ। ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭେ ମଧ୍ୟ ସେହି ପ୍ରକାର କର।”
38ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ।