ଲୂକ 10

ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ। ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭେ ମଧ୍ୟ ସେହି ପ୍ରକାର କର।”

Luke 10:37 (UKJV) And he said, He that showed mercy on him. Then said Jesus unto him, Go, and do you likewise.

35ତହିଁ ଆରଦିନ ସେ ଦୁଇଟି ରୌପ୍ୟ-ମୁଦ୍ରା ବାହାର କରି ପାନ୍ଥଶାଳାର ମାଲିକଙ୍କୁ ଦେଇ କହିଲେ, ‘ଏହାର ସେବା କର, ଆଉ ଯାହା କିଛି ଅଧିକ ଖର୍ଚ୍ଚ କରିବ, ତାହା ମୁଁ ଫେରିଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି।’”

36“ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ?”

37ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ। ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭେ ମଧ୍ୟ ସେହି ପ୍ରକାର କର।”

38ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ।

39ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.