2ପୁଣି, ସେ ସେମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର।
3ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି।
4ଥଳି, ଝୋଲି ଓ ଜୋତା ନିଅ ନାହିଁ, ପୁଣି, ବାଟରେ କାହାକୁ ନମସ୍କାର କର ନାହିଁ।
5ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ।
6ଆଉ, ସେ ସ୍ଥାନରେ ଯଦି ଜଣେ ଶାନ୍ତିର ପାତ୍ର ଥାଏ, ତାହାହେଲେ ତୁମ୍ଭମାନଙ୍କର ଶାନ୍ତି ତାହାର ଉପରେ ଅଧିଷ୍ଠାନ କରିବ; କିନ୍ତୁ ଯଦି ନ ଥାଏ, ତେବେ ତାହା ତୁମ୍ଭମାନଙ୍କ ନିକଟକୁ ଫେରିଆସିବ।