ଲୂକ 10

କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ।

Luke 10:40 (UKJV) But Martha was cumbered about much serving, and came to him, and said, Lord, do you not care that my sister has left me to serve alone? bid her therefore that she help me.

38ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ।

39ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ।

40କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ।

41କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,

42କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.