7ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ।
8ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର,
9ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।
10କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ,
11ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ି ଦେଉଅଛୁ; ତଥାପି ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ।