1ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ।
2ଏଥିରେ ସେ ସେମାନଙ୍କୁ କହିଲେ, “ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ‘ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। ତୁମ୍ଭର ରାଜ୍ୟ ଆସୁ।
3ପ୍ରତିଦିନ ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।