18ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? ମୁଁ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ।
19କିନ୍ତୁ ମୁଁ ଯେବେ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି? ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ।
20କିନ୍ତୁ ମୁଁ ଯଦି ଈଶ୍ବରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।
21ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ;
22କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ର ଉପରେ ତାହାର ଭରସା ଥିଲା, ସେହିସବୁ ସେ ଛଡ଼ାଇ ନିଏ, ପୁଣି, ତାହାର ଲୁଟ କରିଥିବା ଧନସମ୍ପତ୍ତି ବାଣ୍ଟିନିଏ।